www.samajalive.in
Sunday, December 14, 2025
26.1 C
Bhubaneswar

ବ୍ଲକର ୧୧ଗୋଟି ପ୍ରାଥମିକ ବିଦ୍ୟାଳୟକୁ ସ୍ମାର୍ଟ ଟିଭି ପ୍ରଦାନ

କଲମପୁର: ସମଗ୍ର ଶିକ୍ଷା ଅଭିଯାନ ସୌଜନ୍ୟରୁ କଲମପୁର ବ୍ଲକର ୧୧ ଗୋଟି ପ୍ରାଥମିକ ବିଦ୍ୟାଳୟକୁ ସ୍ମାର୍ଟ ଟିଭି ପ୍ରଦାନ କରାଯାଇଛି। ଏହି ବିଦ୍ୟାଳୟର ଛାତ୍ରଛାତ୍ରୀ ଏବେ ସ୍ମାର୍ଟ ଟିଭି ମାଧ୍ୟମରେ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଦ୍ୱାରା ପ୍ରଦାନ କରାଯାଉଥିବା ଶିକ୍ଷା ଗ୍ରହଣରେ ଉପକୃତ ହୋଇପାରିବେ। ଶିକ୍ଷା ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଅବଗତ ହୋଇପାରିବେ। ଗୁରୁବାର କଲମପୁର ବ୍ଲକର ବିଜମରା, ମଣ୍ଡଳ, ତେନ୍ତୁଳିଖୁଣ୍ଟି, ଭଇଁରୀ, ଚୁରାଗାଁ, ଟେମରା, ଧନପୁର, ପାତ୍ରବସା, ପାଣିଗାଁ, ବନ୍ଧକନା ଏବଂ ଦୁଲକିବନ୍ଧ ଆଦି ୧୧ ଗୋଟି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ସମଗ୍ର ଶିକ୍ଷା ଅଭିଯାନର ଗୋଷ୍ଠି ସଂଯୋଜକ ତଥା ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ହେମନ୍ତ କୁମାର ପଣ୍ଡାଙ୍କଠାରୁ ଏହି ଟିଭି ଗ୍ରହଣ କରିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories