www.samajalive.in
Saturday, December 6, 2025
16.1 C
Bhubaneswar

ଅଜଣା ବାଇକ ଧକ୍କାରେ ଯୁବକ ଗୁରୁତର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

କଲମପୁର: କଲମପୁର ମୁଖ୍ୟ ବଜାରଠାରେ ଏକ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

ସୂଚନା ଅନୁସାରେ, ଥୁଆମୁଳ ରାମପୁର ଥାନା ଅଧିନସ୍ତ ବିରିକୋଟ ଗ୍ରାମର ଦେବେନ୍ଦ୍ର ନାଏକ ନାମକ ଯୁବକ କଲମପୁର ସାପ୍ତାହିକ ବଜାରକୁ ଆସୁଥିଲେ। ଏହି ସମୟରେ ଅନ୍ୟ ଏକ ଅଜଣା ବାଇକ କାରକୁ ଅତିକ୍ରମ କରିବାକୁ ଯାଇ ଦେବେନ୍ଦ୍ରଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଦେବେନ୍ଦ୍ରଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅନ୍ୟପଟେ ଅଜଣା ବାଇକ ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories