www.samajalive.in
Monday, December 15, 2025
15.1 C
Bhubaneswar

ବିଡିଓ ଏବଂ ତହସିଲଦାରଙ୍କ ଉପସ୍ଥିତିରେ ଜନ ଅଭିଯୋଗ ଶୁଣାଣୀ

କଲମପୁର: କଲମପୁର ବ୍ଲକ ଅଧିନସ୍ଥ ମଣ୍ଡଳ ପଂଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ଜନ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ବିଜୟ କୁମାର ମାଣ୍ଡାଙ୍ଗି ଏବଂ ତହସିଲଦାର ରୁଦ୍ରମୋହନ ନାୟକଙ୍କ ଉପସ୍ଥିତିରେ ଏହି ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହେଇଥିଲା। ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ. ସ୍ମୃତିରଞ୍ଜନ ସେଠୀ, ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ସରପଞ୍ଚ ତ୍ରୟମ୍ବକ ଭୋଇ, ମତ୍ସ୍ୟ ଚାଷ ବିଭାଗର ଅଧିକାରୀ ମାନବେଶ ମହାପାତ୍ର, ମିଶନ ଶକ୍ତି ସଂଯୋଜିକା ତଥା ମହିଳା ଓ ଶିଶୁ ବିକାଶ ବିଭାଗର କ୍ଷେତ୍ର ପରିଦର୍ଶିକା ବାସନ୍ତୀ ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ। ଗ୍ରାମୀଣ ଆବାସ ଯୋଜନା ସମେତ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହେବା ନେଇ ୨୦ ଗୋଟି ଅଭିଯୋଗ ପତ୍ର ଦାଖଲ ହୋଇଥିବା ବେଳେ ସାମୂହିକ ସମସ୍ୟାର ସମାଧାନ ପାଇଁ ୩ ଗୋଟି ଅଭିଯୋଗ ପତ୍ର ଦାଖଲ କରାଯାଇଥିଲା। ବ୍ଲକର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଜନ ଅଭିଯୋଗ ଶିବିରକୁ ସଫଳ କରିବାରେ ସକ୍ରିୟ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories