www.samajalive.in
Saturday, December 13, 2025
26.1 C
Bhubaneswar

ବ୍ଲକସ୍ତରୀୟ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ନେଇ ତାଲିମ ଶିବିର

କଲମପୁର: ଗୁରୁବାର କଲମପୁର ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ବ୍ଲକସ୍ତରୀୟ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହେଇଯାଇଛି। ଗୋଷ୍ଠୀ ଜନ ସ୍ୱାସ୍ଥ୍ୟ ଶିକ୍ଷା ଅଧିକାରୀ ହେମନ୍ତ କୁମାର ଶଗଡିଆଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହେଇ ତାଲିମ ଶିବିରରେ କଲମପୁର ବ୍ଲକ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶିବାଶିଷ ସ୍ୱାଇଁ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ। କଲମପୁର ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରରେ ସ୍ୱାସ୍ଥ୍ୟ ପରିଦର୍ଶକ, ମହିଳା ଓ ପୁରୁଷ ସ୍ୱାସ୍ଥ୍ୟ କର୍ମୀ, ସମସ୍ତ ଗୋଷ୍ଟୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ସମସ୍ତ ଆଶା କର୍ମୀ ମାନେ ଯୋଗ ଦେଇ ତାଲିମ ଗ୍ରହଣ କରିଥିଲେ।

କୁଷ୍ଠ ରୋଗରେ କିଏ ଆକ୍ରାନ୍ତ ହେଇଛି ଏବଂ ତାର କଣ ସବୁ ଲକ୍ଷଣ ରହିଛି ଏବଂ ତାକୁ କିଭଳି ଚିହ୍ନଟ କରାଯିବ ସେନେଇ ତାଲିମ ପ୍ରଦାନ କରାଯାଇଥିଲା। ବିଶେଷ କରି ଗ୍ରାମାଂଚଳର ଲୋକଙ୍କ ସହ ଆଶା କର୍ମୀଙ୍କ ସିଧା ସଳଖ ସମ୍ପୃକ୍ତି ରହିଥିବାରୁ ରୋଗୀଙ୍କ ଲକ୍ଷଣ ଜାଣିବାରେ ସହାୟକ ହେବ। ଡିସେମ୍ବର ପହିଲାରୁ ଡିସେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ଘରକୁ ଘର ବୁଲି ଆଶା କର୍ମୀମାନେ ସର୍ଭେ କରିବେ। ଯେଉଁ ବ୍ୟକ୍ତଙ୍କୁ ଏହି ରୋଗର ଲକ୍ଷଣ ଥିବା ସନ୍ଦେହ କରାଯିବ ତେବେ ତାକୁ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଚିକିତ୍ସା ବ୍ୟବସ୍ତା କରାଯିବ। ୨୦୨୭ ସମଗ୍ର ଦେଶ କୁଷ୍ଠ ରୋଗ ମୁକ୍ତ କରାଯିବା ପାଇଁ ଏହି ଅଭିଯାନ ଆରମ୍ଭ ହେଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories