www.samajalive.in
Sunday, December 7, 2025
23.1 C
Bhubaneswar

ନିର୍ମାଣାଧିନ କୋଠା ଛାତରୁ ପଡ଼ି ଯୁବକ ଗୁରୁତର

କଲମପୁର: ନିର୍ମାଣାଧିନ କୋଠାର ଛାତରୁ ପଡ଼ି ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ଯୁବକଙ୍କୁ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରବର୍ତ୍ତୀ ସମୟରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, କଲମପୁର ଥାନା ଅଧିନସ୍ଥ ଡୁମେରମୁଣ୍ଡା ଗ୍ରାମର ଦେବରାଜ ନାଏକ ଏକ କୋଠା ଘରର ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିଲେ। କୋଠାର ଛାତ କାର୍ଯ୍ୟ ଚାଲିଥିବା ବେଳେ କୌଣସି କାରଣରୁ ଛାତ ଉପରୁ ପ୍ରାୟ ୧୧ ଫୁଟ ତଳକୁ ଖସି ପଡ଼ିଥିଲେ। ଦେବରାଜ ତଳେ ପଡ଼ି ଗୁରୁତର ହୋଇଥିବା ବେଳେ ପରିବାର ଲୋକ ତାଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଯୁବକଙ୍କ ଅଧିକ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

- Advertisement -

ସୂଚନାଯୋଗ୍ୟ ଯେ, ଦେବରାଜ ଏହା ପୂର୍ବରୁ ଗତ କିଛି ବର୍ଷ ତଳେ ଏକ ନଡ଼ିଆ ଗଛରୁ ପଡ଼ି ଗୁରୁତର ହୋଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories