www.samajalive.in
Monday, December 8, 2025
20.1 C
Bhubaneswar

ଓଲଟିଲା ଧାନ ବୋଝେଇ ଟ୍ରାକ୍ଟର; ଶ୍ରମିକ ଆହତ

କଲମପୁର: କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତାର ଦେପୁର ନିକଟରେ ଗୁରୁବାର ଏକ ଧାନ ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଜଣେ ଶ୍ରମିକ ଆହତ ହେଇଛନ୍ତି। ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରବର୍ତ୍ତୀ ସମୟରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଏକ ଟ୍ରାକ୍ଟର ଯୋଗେ ପ୍ରାୟ ୫୦ କ୍ୱିଣ୍ଟାଲ ଧାନ ବୋଝେଇ କରି କଲମପୁର ଥାନା ଅଧିନସ୍ଥ ଦୁଲକିବନ୍ଧ ମାଟିଆପଡ଼ାଠାରୁ ଜୁନାଗଡ଼ ଥାନା ଅଞ୍ଚଳକୁ ଯାଉଥିବା ବେଳେ କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତାର ଦେପୁର ଗ୍ରାମ ନିକଟରେ ଟ୍ରାକ୍ଟରର କ୍ଷମତାଠାରୁ ଅଧିକ ଧାନ ବୋଝେଇ ହୋଇଥିବାରୁ ଚାଳକ ଟ୍ରାକ୍ଟରରୁ ନିୟନ୍ତ୍ରଣ ହରାଇଥିଲେ। ଯେଉଁଥିପାଇଁ ରାସ୍ତାକଡରେ ଧାନ ବୋଝେଇ ଟ୍ରାକ୍ଟର ଓଲଟି ପଡ଼ିଥିଲା। ଫଳରେ ଟ୍ରାକ୍ଟରେ ଥିବା ମାଟିଆପଡ଼ାର ଯଶୋବନ୍ତ ରାଉତ ନାମକ ଶ୍ରମିକ ଧାନ ବସ୍ତା ଭିତରେ ଚାପି ହୋଇଯାଇଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ସହାୟତାରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଶ୍ରମିକଙ୍କ ହାତ ଭାଙ୍ଗି ଯାଇଥିବାରୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories