www.samajalive.in
Monday, December 8, 2025
20.1 C
Bhubaneswar

ବାଇକକୁ ଧକ୍କା ଦେଲା କାର, ଜଣେ ଗୁରୁତର

କଲମପୁର: କୋକସରା ବ୍ଳକ ୨୬ ନମ୍ବର ଜାତୀୟ ରାଜପଥର କୁସୁମଖୁଣ୍ଟି ନୀଳକଣ୍ଠେଶ୍ଵର ମନ୍ଦିର ନିକଟରେ ରବିବାର ସନ୍ଧ୍ୟାରେ ଏକ କାର ଓ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଚାଳକ ଉଛଲା ଗ୍ରାମର ଚୁଡ଼ା ରାଉତ(୨୫) ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପୁଲିସକୁ ଖବର ଦେବା ସହ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରିଥିବା ଜଣାପଡିଛି। ଅନ୍ୟପଟେ ମୋଟେର ଫାଣ୍ଡି ପୁଲିସ ଦୁର୍ଘଟଣା ଘଟାଇଥିବା କାର ସହ ବାଇକକୁ ଜବତ କରିଥିବାବେଳେ କାର ଚାଳକ ଫେରାର ମାରିଥିବା ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories