www.samajalive.in
Saturday, December 6, 2025
15.1 C
Bhubaneswar

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣକର ମୃତ୍ୟୁ ଘଟଣା; କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତା ଅବରୋଧ

କଲମପୁର : ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ଦୁଲକିବନ୍ଧ ଦୁର୍ଗା ମନ୍ଦିର ନିକଟରେ ବୁଧବାର ସଂଧ୍ୟାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଦୁଲକିବନ୍ଧ ଗ୍ରାମର ତିଲ ରାଉତ(ମାଝୀ)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ମୃତ ତିଲ ରାଉତ(ମାଝୀ)ଙ୍କ ଶିଶୁ ପୁତ୍ର ସିଦ୍ଧୁ ଗୁରୁତର ଆହତ ହେଇଥିବା ବେଳେ ତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ସକାଳେ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ ତିଲ ରାଉତଙ୍କ ଶବ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା। ଦୁଲକିବନ୍ଧ ଗ୍ରାମରେ ଦିନ ୧୨ଟାରେ ମୃତଦେହ ପହଞ୍ଚିବା ପରେ ଡ୍ରାଇଭର ମହାସଂଘର ସହଯୋଗରେ ପରିବାର ଲୋକେ କ୍ଷତିପୂରଣ ଦାବିରେ ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ଦୁଲକିବନ୍ଧ ନିକଟରେ ରାସ୍ତା ଅବରୋଧ କରିଛନ୍ତି । ଖବର ଲେଖା ଯିବା ପର୍ଯ୍ୟନ୍ତ କେହି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ନାହାନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories