www.samajalive.in
Monday, December 15, 2025
14.1 C
Bhubaneswar

କଳାପଥର ଧଳାପଥର ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଭାଷା ସାହିତ୍ୟ କାର୍ଯ୍ୟକ୍ରମ ଉଦ୍‌ଯାପିତ 

କଳାପଥର(ବାଙ୍କୀ) :କଳାପଥର ଧଳାପଥର ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟ ଆନୁକୁଲ୍ୟରେ ତଥା ଓଡ଼ିଶା  ସରକାରଙ୍କ ନୂଆ-ଓ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଏବଂ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ସୁନନ୍ଦ କୁମାର ଛାଟୋଇ  ସଭାପତିତ୍ୱ କରିଥିଲେ । ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପକ ଡକ୍ଟର ବୈରାଗୀ ଚରଣ ପଟ୍ଟନାୟକ ଓ ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ସମବାୟବିତ ତଥା କବି  ରବିନାରାୟଣ ମଙ୍ଗରାଜ, ସନମାନୀତ ଅତିଥି ବାଙ୍କୀ ଅତିରିକ୍ତ ତହସିଲଦାର ସୋନମ ପ୍ରିୟଦର୍ଶିନୀ   ଯୋଗଦାନ କରି ଜଗନ୍ନାଥ ସଂସ୍କୃତି ଓ ଭାଷା ସାହିତ୍ୟ ଉପରେ ଆଲୋକପାତ କରିଥିଲେ ।
ଶ୍ରୀ ଜଗନ୍ନାଥ ହେଉଛନ୍ତି ବିଶ୍ୱର ଦେବତା ଭାବେ ଡକ୍ଟର ପଟ୍ଟନାୟକ ଉଲ୍ଲେଖ କରିଥିଲେ । କାର୍ଯ୍ୟକ୍ରମରେ ଅଧ୍ୟାପିକା ତୃପ୍ତି ମହାପାତ୍ର   ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ଓ ବାର୍ଷିକ ବିବରଣୀ  ପ୍ରଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ବିଭିନ୍ନ ପ୍ରତିଯୋଗିତାରେ କୃତିଛାତ୍ରୀମାନଙ୍କୁ ମୁଖ୍ୟଅତିଥି ଓ ସାନମାନିତ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । କ୍ରୀଡା ଶିକ୍ଷକ ସଚ୍ଚିଦାନନ୍ଦ ମିଶ୍ର  ଧନ୍ୟବାଦ ଅର୍ପଣ କରିଥିଲେ । ମୁକେଶ କୁମାର ସାହୁ ଓ ଅଧ୍ୟାପିକା ମୋସୁମୀ ପଟେଲ ଙ୍କ ପରିଚାଳନା ରେ ନାଟ୍ୟ ନିର୍ଦେଶକ ଧ୍ରୁବ ଚରଣ ମହାପାତ୍ର ସଂଗୀତଙ୍ଗ ପ୍ରାଣକୃଷ୍ଣ ମହାରଣା ନିର୍ଦେଶ ନାରେ  ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories