www.samajalive.in
Tuesday, December 9, 2025
16.1 C
Bhubaneswar

‘କାଳିଆ’ ବକେୟା : ୫୩ ଲକ୍ଷ ଚାଷୀଙ୍କ ଖାତାକୁ ଆଜି ଯିବ ୧୨ଶହ କୋଟି

ଭୁବନେଶ୍ୱର : ଦୀର୍ଘଦିନର ବ୍ୟବଧାନ ପରେ ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନାର କିସ୍ତି ଚାଷୀଙ୍କୁ ମିଳିବାକୁ ଯାଉଛି। ୨୦୧୯ ଜୁନ୍ ପରଠାରୁ ‘କାଳିଆ’ ସହାୟତା ମିଳି ନ ଥିବାରୁ ଏହାକୁ ନେଇ ବିରୋଧୀଙ୍କ ସମାଲୋଚନାର ଶରବ୍ୟ ହେଉଥିବା ରାଜ୍ୟ ସରକାର ଆଜି ଓଡ଼ିଶାର ୫୩ ଲକ୍ଷ ଚାଷୀଙ୍କୁ ୧୨ ଶହ କୋଟି ଟଙ୍କା ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତରଣ (ଡିବିଟି) ଜରିଆରେ ବାଣ୍ଟିବେ। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏହି ଅର୍ଥ ସିଧାସଳଖ ଦିଆଯିବ। ଗତ କିଛିଦିନ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ କେତେକ ଜିଲାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି କିଛି ନୂତନ ଯୋଜନା ଓ ପ୍ରକଳ୍ପମାନ ଉଦଘାଟନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ ‘କାଳିଆ’  ସହାୟତା ଯୋଗାଇବା ପାଇଁ ଯୋଜନା ରହିଛି। ଏନେଇ ସରକାରୀ ସ୍ତରରେ ସବୁପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଚାଷୀ ମାନେ ତାଙ୍କର ବକେୟା ପ୍ରାପ୍ୟ ପାଇବେ ବୋଲି କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ ରାଜ୍ୟରେ ୫୩ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ଚାଷୀ ଅଯୋଗ୍ୟ ନେଇ ଅଭିଯୋଗ ରହିଥିଲା। ଏହାକୁ ଯାଞ୍ଚ କରାଯିବା ପରେ ପ୍ରାୟ ୪୯ ହଜାର ଚାଷୀ ବାଦ୍ ପଡ଼ିଛନ୍ତି। ଆସନ୍ତାକାଲି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚାଷୀଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଟଙ୍କା ହସ୍ତାନ୍ତର କରିବାର କାର୍ଯ୍ୟକ୍ରମ ଥିବା ଜଣାଯାଇଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories