www.samajalive.in
Friday, December 12, 2025
15.1 C
Bhubaneswar

କାଳିଆ ଯୋଜନାରେ କେ​ଳେଙ୍କାରୀ; ଅଢେଇ ଲକ୍ଷ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର : କୃଷକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରାଜ୍ୟ ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା କାଳିଆ ଯୋଜନାରେ ଏପର୍ଯ୍ୟନ୍ତ ଅଢ଼େଲ ଲକ୍ଷରୁ ଉର୍ଦ୍ଧ୍ୱ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । ସରକାରଙ୍କ ନିକଟକୁ ଆସିଥିବା ରିପୋର୍ଟ ଅନୁଯାୟୀ, ୫୧ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ଏଯାବତ୍‌ ୭୨ ପ୍ରତିଶତ ଅର୍ଥାତ୍ ୩୬ ଲକ୍ଷ ୮୮ ହଜାର ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଛି । ସେଥି ମଧ୍ୟରେ ୨ ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ସେହିପରି ଆସନ୍ତା ୨୭ ତାରିଖ ସୁଦ୍ଧା ପଞ୍ଚାୟତ ସ୍ତରରେ ହେଉଥିବା ଯାଞ୍ଚ ସରିବାକୁ ଏବଂ ୩୧ ତାରିଖ ସୁଦ୍ଧା ବ୍ଲକ୍‌ ଓ ପଞ୍ଚାୟତ ସ୍ତରରେ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ କୌଣସି ଯୋଗ୍ୟ ହିତାଧିକାରୀ ଯେପରି ବାଦ ନପଡନ୍ତି ସେ ଦିଗ ପ୍ରତି ଦୃଷ୍ଟି ଦେବାକୁ ନୋଡାଲ୍‌ ଅଫିସରମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories