www.samajalive.in
Sunday, December 7, 2025
23.1 C
Bhubaneswar

ଆଜି କାଳିଆ ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଯୋଜନାର ଶୁଭାରମ୍ଭ କରିବେ । ଡିସେମ୍ବର ୩୧ ତାରିଖ ଅର୍ଥାତ୍ ୨୦୧୮ ମସିହାର ଶେଷ ଦିନରେ ସଚିବାଳୟରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକର ଚାଷୀମାନଙ୍କ ପାଇଁ ଏହି ଯୋଜନାର ଶୁଭାରମ୍ଭ କରି​‌ବେ । ୧୦ ଲକ୍ଷ ଭୂମିହୀନ ପରିବାରଙ୍କ ଜୀବିକା ଉପାର୍ଜନ, ଆନୁଷଙ୍ଗିକ କୃଷି କାର୍ଯ୍ୟ ପାଇଁ ୧୨,୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ମୁଖ୍ୟମନ୍ତ୍ରୀ କରିବେ ।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ କ୍ୟାବିନେଟ ନିଷ୍ପତ୍ତି ମୁତାବକ ରାଜ୍ୟର କୃଷି କ୍ଷେତ୍ରରେ ଅଭିବୃଦ୍ଧିକୁ ତ୍ବାରନ୍ବିତ କରିବା ଏବଂ କୃଷକଙ୍କ ଦାରିଦ୍ର୍ୟ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଏହି ଯୋଜନା ଘୋଷଣା କରିଥିଲେ । ଏହା ଦ୍ବାରା ରାଜ୍ୟର ୩୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ। ଏଥିରେ ପ୍ରତି ଚାଷୀ ପରିବାରକୁ ଉଭୟ ଖରିଫ ଓ ରବି ଫସଲ ପାଇଁ ୫ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହି ସହାୟତା ୨୦୧୮-୧୯ରୁ ୨୦୨୧-୨୨ ପର୍ୟ୍ୟନ୍ତ ୩ବର୍ଷରେ ୫ ଗୋଟି ଫସଲ ଋତୁ ପାଇଁ ଲାଗୁ ହେବ। କାଳିଆ ଯୋଜନାରେ ଭୂମିହୀନ ଚାଷୀ ପରିବାରକୁ ଆର୍ଥିକ ସହାୟତା ସହ ବୀମା ସୁରକ୍ଷା, ବିନା ସୁଧରେ ଫସଲ ଋଣ ଯୋଗାଇ ଦିଆଯିବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories