www.samajalive.in
Saturday, December 6, 2025
26.1 C
Bhubaneswar

ବଡଭାଇର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ: ଅଭିଯୁକ୍ତ ଅଟକ

କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି।  ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକ ତାଟିଗୁଡା ଗାଁର ଭୀମା ସୋଡ଼ୀ ବୋଲି ଜଣାପଡିଛି। ସୂଚନା ମୂତାବକ ତାଟିଗୁଡା ଗାଁର ଇର୍ମା ସୋଡ଼ୀ ଙ୍କ ମୃତ୍ୟୁ ପରେ ତାଙ୍କର ଦୁଇ ପୁଅ ବଡ ଭାଇ ମାଡା ଏବଂ ସାନ ଭାଇ ଭୀମାଙ୍କ ମଧ୍ୟରେ ଜମିଜମା ବିବାଦକୁ କେନ୍ଦ୍ର କରି ଶତ୍ରୁତା ଲାଗି ରହୁଥିଲା। ଏଥିପାଇଁ ଦୁଇ ଭାଇଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗି ରହୁଥିଲା।  ବର୍ତ୍ତମାନ ବାଦାମ ଚାଷ କୁ ନେଇ ଦୁଇ ଭାଇଙ୍କ ମଧରେ ମତାନ୍ତର ହେବାରୁ ବଚସା ହୋଇଥିଲା। ଗତ ରାତିରେ ଭୀମା ନିଜ ଜମିରେ ଥିବା କୁଡିଆ ଭିତରେ  ଶୋଇଥିବା ସମୟରେ ମାଡା ସେଠାରେ ପହଁଚି ଟାଙ୍ଗିଆ ସାହାଯ୍ୟରେ ଭୀମା କୁ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡିଛି ।  ହତ୍ୟାକାଣ୍ଡ ପରେ ମାଡା ନିଜ ଘରେ ଯାଇ ରହିଥିଲା ।  ଗୋଟିଏ ଦିନ ପରେ ହତ୍ୟାକାଣ୍ଡ ସମ୍ପର୍କରେ ଘର ଲୋକ ଜାଣି ପୁଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବଡ ଭାଇକୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି।  ହତ୍ୟାକାଣ୍ଡ ରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରିଛି ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories