www.samajalive.in
Saturday, December 6, 2025
15.1 C
Bhubaneswar

ପହଞ୍ଚିଲା କଳ୍ପନା ଦାଶଙ୍କ ମରଶରୀର

ଭୁବନେଶ୍ୱର : ପର୍ବତାରୋହିଣୀ କଳ୍ପନା ଦାଶଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଦିଲ୍ଲୀରୁ ବିମାନ ଯୋଗେ କଳ୍ପନାଙ୍କ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଳିଙ୍ଗ ଷ୍ଟାଡିୟମକୁ ନିଆଯାଇଛି। ଷ୍ଟାଡିୟମରେ ଶେଷ ଦର୍ଶନ ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି। ମରଶରୀର କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିବା ପରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ଜନସାଧାରଣ, ବୁଦ୍ଧିଜୀବୀ ତାଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀ, କ୍ରୀଡ଼ା ସଚିବ ତାଙ୍କର ଶେଷ ଦର୍ଶନ କରିଛନ୍ତି। ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶେଷ ଦର୍ଶନ କରି କଳ୍ପନାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୂଚନାଯୋଗ୍ୟ, ଏଭରେଷ୍ଟ ଆରୋହଣ କରି ତଳକୁ ଆସିବା ବେଳେ ଗତ ମେ ୨୩ରେ ପର୍ବତାରୋହିଣୀ କଳ୍ପନାଙ୍କର  ଦେହାନ୍ତ ଘଟିଥିଲା। ତାଙ୍କ ବିୟୋଗରେ ରାଜ୍ୟରେ ଶୋକ ଛାୟା ଖେଳିଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories