www.samajalive.in
Saturday, December 6, 2025
16.1 C
Bhubaneswar

ଆଜି କାଠମାଣ୍ଡୁରେ ପହଞ୍ଚିବ କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର : ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ଗୁରୁବାର କାଠମାଣ୍ଡୁରେ ପହଞ୍ଚିବ। ଏଭରେଷ୍ଟରୁ ଉଦ୍ଧାର ପରେ ମୃତଦେହକୁ ଆଣିବା ପାଇଁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ସୂଚନା ଅନୁସାରେ, ବୁଧବାର ରାତିରେ କଳ୍ପନାଙ୍କ ମୃତଦେହକୁ ସଫଳତାର ସହ ଏଭରେଷ୍ଟ ଶୃଙ୍ଗରୁ ବେସ୍ କ୍ୟାମ୍ପକୁ ଅଣାଯାଇଛି। ସେଠାରୁ ହେଲିକପ୍ଟର ମାଧ୍ୟମରେ ଲୁକଲା ଅଣାଯିବ। ଏହାପରେ ସରକାରୀ ବିଧି ପରେ ମୃତଦେହକୁ କାଠମାଣ୍ଡୁ ଅଣାଯିବ। ଏନେଇ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଳ୍ପନାଙ୍କ ମୃତଦେହ ଆଣିବାକୁ ଓଡ଼ିଶାରୁ ୩ ଜଣିଆ ଟିମ୍ କାଠମାଣ୍ଡୁ ଯାଇଛନ୍ତି। ଏହି ଟିମରେ କଳ୍ପନାଙ୍କ ଭାଇ ପ୍ରଦୀପ ଦାଶ, ଏଭରେଷ୍ଟ ଆରୋହଣକାରୀ ଗଣେଶ ଜେନା ଏବଂ କଳ୍ପନାଙ୍କ ଜଣେ ସମ୍ପର୍କୀୟ ସାମିଲ ଅଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାର ପ୍ରଥମ ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାସଙ୍କର ୨୨ ମେ’ରେ ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ଏଭରେଷ୍ଟରୁ ପାଦ ଦେଶକୁ ଓହ୍ଲାଇବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ଢେଙ୍କାନାଳର କାଞ୍ଚନ ବଜାରର କୁମ୍ଭାର ସାହିରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ପେଷାରେ ଜଣେ ଓକିଲ ମଧ୍ୟ ଥିଲେ। ୨୦୦୮ ମେ ୨୧ରେ ସେ ଏଭରେଷ୍ଟ ଆରୋହଣ କରିବାରେ ସଫଳ ହୋଇଥିଲେ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories