www.samajalive.in
Saturday, December 13, 2025
17.1 C
Bhubaneswar

ବର୍ଲିନ ଅଲିମ୍ପିକ୍ସ ରୌପ୍ୟ ବିଜେତା କଳ୍ପନା ଜେନାଙ୍କୁ କଟକରେ ସମ୍ବର୍ଦ୍ଧନା

ଆଠଗଡ :  ସଂପ୍ରତି ଜର୍ମାନୀର ବର୍ଲିନଠାରେ ଗତ ଜୁନ୍‌‌ ୧୭ରୁ ୨୫ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଅଲିମ୍ପିକ୍ସର ୨କିମି ସାଇକେଲ ଚାଳନାରେ ରୌପ୍ୟ ପଦକ ବିଜେତା ଆଠଗଡର ଝିଅ କଳ୍ପନା ଜେନାଙ୍କୁ ଜିଲ୍ଲା ଶିକ୍ଷାଧିକାରୀ ଓ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଶନିବାର ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌‌ଭାବନା ସଭାଗୃହରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ତଥା ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନର ପ୍ରକଳ୍ପ ସଂଯୋଜକ କୃଷ୍ଣଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡକ୍ଟର ସନ୍ତୋଷ କୁମାର ରାଉତ ଏବଂ ସମଗ୍ର ଶିକ୍ଷା ଅଭିଯାନର ଅନ୍ତର୍ନିବେସୀ ଶିକ୍ଷା ସଂଯୋଜକ ଚିତ୍ତରଞ୍ଜନ ପଣ୍ଡା ପ୍ରମୁଖ ଯୋଗଦେଇ କଳ୍ପନା ଜେନା କେବଳ କଟକ ଜିଲ୍ଲା କିମ୍ବା ଓଡିଶା ନୁହେଁ ବରଂ ସମଗ୍ର ଭାରତ ବର୍ଷ ପାଇଁ ଗୌରବ ଆଣିଛନ୍ତି ବୋଲି ପ୍ରକାଶ କରିବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ସେମାନେ କଳ୍ପନାଙ୍କୁ ସମ୍ବର୍ଦ୍ଧିତ କରିବା ସହ ଏକ ସ୍ମାର୍ଟଫୋନ ପ୍ରଦାନ କରିଥିଲେ। ଏହି ଅବସରରେ କଟକ ଜିଲ୍ଲାର ୫୬ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସ୍ମାର୍ଟଫୋନ ପ୍ରଦାନ କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories