www.samajalive.in
Saturday, December 6, 2025
16.1 C
Bhubaneswar

ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟମେଳା ପ୍ରଚାର ଗାଡି ଉଦଘାଟନ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଥିବା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଗୋଷ୍ଠି ସ୍ତରୀୟ ସ୍ୱାସ୍ଥ୍ୟମେଳା ନିମନ୍ତେ ପ୍ରଚାର ଗାଡିକୁ ଉଦଘାଟନ କଲେ ଅଧକ୍ଷା ଅମ୍ବ୍ରିତା କାଡ୍ରାକା । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଳିତ ମାସ ୨୨ତାରିଖ ଦିନ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ  ମାଗଣାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବାର କାର୍ଯ୍ୟକ୍ରମ ରହିଛି । ଏଥି ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କୁ ସଚେତନ କରିବା ସହ ସ୍ୱାସ୍ଥ୍ୟ ଶିବିରକୁ  କିପରି ଅଧିକ ଲୋକ ଆସି ରୋଗ ପରୀକ୍ଷା କରିବେ ସେଥି ପାଇଁ ପ୍ରଚାର ପ୍ରସାର କରାଯାଉଛି ।
ଏହି ଶିବିରକୁ ଜିଲ୍ଲାରୁ ଦାନ୍ତ, ଆଖି, ମାନସିକ ବିକୃତ, ମେଡ଼ିସିନ, ସାଧାରଣ ରୋଗୀ ପରୀକ୍ଷା ଡାକ୍ତର ସମେତ ଆୟୁଷ ଡାକ୍ତର ମଧ୍ୟ ଉପସ୍ଥିତ ରହି ରୋଗୀ ପରୀକ୍ଷା କରିବେ । ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ କରି ଲୋକଙ୍କୁ ସଚେତନତା କରାଯିବ ।ଅଣସଂରକ୍ଷଣ ରୋଗ ପରୀକ୍ଷା କରାଯିବ ।ଯେଉଁ ମାନେ କରୋନା ଟୀକା  ନେହିଁ ନାହାନ୍ତି ସେଠାରେ ଦିଆଯିବ । ଏକକ ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ଆଧାର ଓ ଫୋନ ନମ୍ବର ସଂଯୋଗ କରିଥିଲେ ରୋଗୀ ସଠିକ ଉପକୃତ ହୋଇପାରିବେ ବୋଲି ସ୍ୱାସ୍ଥ୍ୟ ବିଭାଗ ତରଫରୁଜଣାପଡିଛି । ଉକ୍ତ  ପ୍ରଚାର ଗାଡିକୁ  ବ୍ଲକ ଅଧକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଉଦଘାଟନ କରିଥିଲେ । ଏଥିରେ ଭାରପ୍ରାପ୍ତ ଡାକ୍ତର ଚିନ୍ମୟୀ ଲିମା,ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥାର ସ୍ବତନ୍ତ ଅଧିକାରୀ ସଲମନ ରାଇକା,  ବିପିଏମ କୈଳାସ ନାୟକ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାୟକ ,ମହିଳା ପରିଦର୍ଶିକା ପ୍ରେମଲତା ପାଣିଗ୍ରାହୀ ସମେତ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ଉପସ୍ଥିତ ଥିଲେ ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories