www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀରାମ ନବମୀ ପାଳିତ, ଭକ୍ତଙ୍କ ଶୋଭାଯାତ୍ରା

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଥିବା ଶ୍ରୀରାମ ମନ୍ଦିରରେ ଆଜି ଆଡମ୍ବରରେ ଶ୍ରୀରାମ ନବମୀ ପାଳନ କରାଯାଇଛି । ଚୈତ ମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ରାମ ମନ୍ଦିରରେ ପୂଜକ ସକାଳୁ ରୀତିନୀତି ଅନୁଯାୟୀ ପୂଜାପାଠ , ହୋମ ଯଜ୍ଞ କରିବା ସହ ରାମ ଚରିତ ପାଠ କରାଯାଇଛି । ସକାଳୁ ବହୁ ଭକ୍ତ ମାନେ ଶ୍ରୀରାମ ମନ୍ଦିର ଓ ହନୁମାନ ମନ୍ଦିରରେ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି । ସେହିପରି ସ୍ଥାନୀୟ ସିଆରପିଏଫ କେମ୍ପରେ ମଧ୍ୟ ଶ୍ରୀରାମ ନବମୀ ପାଳନ କରାଯାଇଛି । ଆଜି ଭକ୍ତମାନେ ସ୍ଥାନୀୟ ଗୁଣ୍ଡିଚା ମନ୍ଦିର ନିକଟରେ ଏକତ୍ରିତ ହୋଇ ଗାଡ଼ିରେ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଶ୍ରୀରାମଙ୍କ ଫୋଟ ଲଗାଇ ବାଇକ ଓ ଚାଲିରେ ଶୋଭାଯାତ୍ରାରେ ବାହାରି ଗ୍ରାମ ପରିକ୍ରମା କରିଥିଲେ । ଶେଷରେ ଗୁଣ୍ଡିଚା ମନ୍ଦିରରେ ପହଁଞ୍ଚି ହନୁମାନ ଚାଳିଶା,ରାମ ନାମ ଯଜ୍ଞ କରିବା ପରେ ପ୍ରସାଦ ସେବନ କରିଥିଲେ । ଏହି ଠାରେ ପ୍ରାୟ ଦୁଇ ହଜାରରୁ ଉର୍ଦ୍ଧ୍ଵ ଭକ୍ତ ପ୍ରସାଦ ସେବନ କରିଥିଲେ । ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ସମୟରେ ସ୍ଥାନୀୟ ଅଞ୍ଚଳର ଭଜନ କରାଯିବାକୁ ଥିବାବେଳେ ରାମ ମନ୍ଦିରରେ କମିଟି ପକ୍ଷରୁ ସାଇ ଭଜନ ଓ ଦୀପ ଯଜ୍ଞ ସମାରୋହ କରାଯିବ ବୋଲି ଜଣାପଡିଛି ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories