www.samajalive.in
Sunday, December 7, 2025
26.1 C
Bhubaneswar

ପୂଜାରିଗୁଡା ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ଦେହାନ୍ତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପୂଜାରିଗୁଡା ପଞ୍ଚାୟତରେ ଥିବା ବାଳିକା ଉଚ୍ଚବିଦ୍ୟାଳୟ ପ୍ରଧାନଶିକ୍ଷକ କେ ସମେଶ୍ୱର ରାଓଙ୍କର ବୁଧବାର ପରଲୋକ ଘଟିଛି । ସେ କଲ୍ୟାଣସିଂହପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରାୟ ୧୦ ବର୍ଷ ୨ମାସ ପ୍ରଧାନଶିକ୍ଷକ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ । ଏହାପରେ ତାଙ୍କର ପୂଜାରିଗୁଡା ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି ହୋଇଥିଲା । ସେହିଠାରୁ ସେ ନିଜ ଘର ଅମଲାଭଟାକୁଠାରୁ ଯାତାୟତ କରିଆସୁଥିଲେ । କିଛିଦିନ ହେବ ପୂଜାରିଗୁଡା ବିଦ୍ୟାଳୟ କାର୍ଯ୍ୟ ସାରି ଘରକୁ ଫେରିବା ସମୟରେ ବାଇକ ଦୁର୍ଘଟଣାରେ ଗୁରୁତର ହୋଇ ବିଶାଖାପାଟଣାରେ ଚିକିତ୍ସିତ ହୋଇ ଫେରିଥିଲେ । ସେହିଦିନଠାରୁ ସେ ଅସୁସ୍ଥ ହୋଇପଡିଥିଲେ । ୨୧ତାରିଖରେ ସେ ବିଦ୍ୟାଳୟକୁ ଆସି କୌଣସି କାର୍ଯ୍ୟରେ ରାୟଗଡା ଯାଇଥିଲେ । ସେହିଠାରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରୁ ସୁସ୍ଥ ହୋଇ  ସେ ଘରକୁ ଫେରି ଯାଇଥିଲେ । ୨୩ ତାରିଖରେ ପୁଣି ଅସୁସ୍ଥତା ଅନୁଭବ କରିବାରୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହି ଖବର ପ୍ରଚାରିତ ହେବା ପରେ ବିଦ୍ୟାଳୟ ତଥା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories