www.samajalive.in
Monday, December 15, 2025
17.1 C
Bhubaneswar

ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସିଙ୍ଗାରି ପଞ୍ଚାୟତର ସଦର ଗାଁର ତ୍ରିନାଥ ବାଗ(୪୮)ଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଜଣାପଡିଛି।
ସୂଚନା ଅନୁଯାୟୀ ଶନିବାର ସନ୍ଧ୍ୟାରେ କଲ୍ୟାଣସିଂହପୁର ବଜାରକୁ ଆସି ନିଜ ଘରକୁ ଫେରିବା ବେଳେ ଛତାପଦର ବୁଲାଣି ନିକଟରେ ପଛ ପାର୍ଶ୍ୱରୁ ଏକ ଅଟୋ ଧକ୍କା ଦେଇ ଚାଲିଯାଇଥିଲା । ଯାହା ଫଳରେ ତ୍ରିନାଥ ବାଇକରୁ ଛିଟିକି ପଡ଼ିଥିଲେ।

ଏହା କିଛି ଲୋକ ଦେଖି ଆମ୍ବୁଲାନ୍ସ ଯୋଗେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ତ୍ରିନାଥଙ୍କ ସ୍ୱାସ୍ଥ୍ୟବସ୍ଥା ଉଦବେଗଜନକ ହେବାରୁ ରାୟଗଡା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିଲେ। ସେଠାରେ ତ୍ରିନାଥଙ୍କ ଅବସ୍ଥା ଗୁରୁତର ହୋଇଥିବା ଯୋଗୁଁ ବ୍ରହ୍ମପୁର ବଡ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତ୍ରିନାଥଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ସୂଚନା ଦେଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories