www.samajalive.in
Friday, December 12, 2025
19.1 C
Bhubaneswar

ଜଗନ୍ନାଥପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

କଲ୍ୟାଣ ସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ  ବିଦ୍ୟାଳୟ ଜଗନ୍ନାଥପୁର ଠାରେ ୮୯ ତମ ଉତ୍କଳ ଦିବସ ମହାଆଡମ୍ବରରେ ପାଳନ କରାଯାଇଛି । ଏ ଅବସରରେ ବିଦ୍ୟାଳୟରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ ଓ ଭରାତମାତାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ।
ଶିକ୍ଷକଶିକ୍ଷୟିତ୍ରୀମାନେ ମଧୁସୂଦନ ଦାସ, ଉତ୍କଳମଣିଗୋପବନ୍ଧୁ ଦାସ ଓ ଭାରତ ମାତାଙ୍କ ବିଷୟରେ ସଂକ୍ଷିପ୍ତରେ ଅଭିଭାଷଣ ପ୍ରଦାନ କରିଥିଲେ । ଏଥିରେ ଛାତ୍ରୀମାନେ ମଧ୍ୟ ମଧୁସୂଦନ ଦାସ, ଉତ୍କଳମଣିଗୋପବନ୍ଧୁ ଦାସ ଦେଶ ପାଇଁ କରିଥିବା ମହତ୍ତ୍ୱ ପୂର୍ଣ୍ଣ କାର୍ଯ୍ୟ ବିଷୟରେ ଅଭିଭାଷଣ ପ୍ରଦାନ କରିଥିଲେ। ଶେଷରେ ଉପସ୍ଥିତ ଛାତ୍ରୀମାନଙ୍କୁ ବିଦ୍ୟାଳୟ ତରଫରୁ ମିଷ୍ଟାନ୍ନ ବଣ୍ଟନ କରାଯାଇଛି।
ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ କଳ୍ପନା ସୁନାନୀ ସମେତ ବିଦ୍ୟାଳୟ ର ସମସ୍ତ କର୍ମଚାରୀ ଓ ଛାତ୍ରୀ ବୃନ୍ଦ ଉପସ୍ଥିତ ରହିଥିଲେ। କ୍ରୀଡା ଶିକ୍ଷକ ଉମେଶ ଚନ୍ଦ୍ର ଦାସ ମଞ୍ଚ ପରିଚାଳନା କରିଥିଲେ। ସେହିପରି ବ୍ଲକରେ ଥିବା ସମସ୍ତ ସରକାରୀ ଓ ବେସରକାରୀ  ବିଦ୍ୟାଳୟ ଗୁଡିକରେ  ଆଡ଼ମ୍ବର ରେ ଉତ୍କଳ  ପାଳନ କରାଯାଇଛି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories