www.samajalive.in
Tuesday, December 9, 2025
17.1 C
Bhubaneswar

ତୃତୀୟ ଓ ପଞ୍ଚମ ଶ୍ରେଣୀର ବୃତ୍ତି ପରୀକ୍ଷା

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ତୃତୀୟ ଓ ପଞ୍ଚମ ଶ୍ରେଣୀର ବୃତ୍ତି ପରୀକ୍ଷା ଅନୁଷ୍ଠିତ । ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ସ୍ଥାନୀୟ ହରିଜନସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ବ୍ଲକର ସମସ୍ତ ପ୍ରାଥମିକ ବିଦ୍ୟାଳୟରୁ ମୋଟ ୧୪୪ ଜଣ ଛାତ୍ରଛାତ୍ରୀ ଫରମ ପୂରଣ କରି ଥିବା ବେଳେ ୧୦୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।୩୮ ଜଣ ଛାତ୍ରଛାତ୍ରୀ କୌଣସି କାରଣରୁ ପରୀକ୍ଷା ଦେଇନାହାନ୍ତି । ଏହି କେନ୍ଦ୍ରକୁ ଗଦାଧର ମିଶ୍ର ପରିଚାଳନା କରିଥିବା ବେଳେ ସହକାରୀ ପରିଚାଳକ ଭାବେ ନନ୍ଦକିଶୋର ସାବତ ରହିଥିଲେ। ପରୀକ୍ଷା କେନ୍ଦ୍ରକୁ ପରିଚାଳନା କରିଥିଲେ ।ଅତିରିକ୍ତ ବ୍ଲକ ଶିକ୍ଷାଅଧିକାରୀ ବିଜୟକୁମାର ସେଠି, କ୍ଲଷ୍ଟର ସ୍ତରୀୟ ଶିକ୍ଷାଅଧିକାରୀ ସୁଶୀଲ କୁମାର ମହାପାତ୍ର ରହିଥିଲେ ।ସେହିପରି ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପଞ୍ଚମ ଶ୍ରେଣୀର ବୃତ୍ତି ପରୀକ୍ଷା ଅନୁଷ୍ଠିତ କରାଯାଇଛି ।ଏଥିରେ ୧୬୬ ଜଣ ପରୀକ୍ଷା ପାଇଁ ଆବେଦନ କରିଥିବା ବେଳେ ୧୩୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।ବଳକା ୩୬ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିବା ଜଣାପଡିଛି ।ଏଥିରେ ପରୀକ୍ଷା ପରିଚାଳକ ଭାବେ କୁଞ୍ଜବିହାରି ସାହୁ, ସହକାରୀ ପରିଚାଳକ ଭାବେ ସୋରାଜ କାନ୍ତ ବେଉରା ରହିଥିଲେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories