www.samajalive.in
Friday, December 5, 2025
23.1 C
Bhubaneswar

ଗଛକୁ ପିଟିଲା ବାଇକ: ଜଣେ ମୃତ, ୨ ଗୁରୁତର

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡା ପଞ୍ଚାୟତର ବଳଦିଆଠାରେ ବୁଧବାର ଘଟିଛି ଏକ ଦୁର୍ଘଟଣା। ଏକ ବାଇକ ଭାରସାମ୍ୟ ହରାଇ ଗଛରେ ପିଟିହେବା ଫଳରେ ଜଣଙ୍କ ମୃତ୍ୟୁ ଘଟିବାସହ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ହେଲେ ଟିକିରାପଡା ଗ୍ରାମର ସ୍ୟାମ୍ବା କାଡ୍ରାକାଙ୍କ ପୁଅ ପତି କାଡ୍ରାକା(୨୭)।

ସୂଚନା ଅନୁସାରେ, ସୁନାଖଣ୍ଡି ପଞ୍ଚାୟତର ଟିକିରାପଡା ଗ୍ରାମର ତିନି ଜଣ ଯୁବକ ଏକ ବାଇକରେ ସେରିଗୁମ୍ମା ଗ୍ରାମରେ ଥିବା ସମ୍ପର୍କୀୟ ଘରକୁ ଯାଇ ମଙ୍ଗଳବାର ସନ୍ଧ୍ୟାରେ ଫେରୁଥିଲେ। ଏହି ସମୟରେ ବଳଦିଆ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ବାଇକଟି ଗଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ ରୋଗିବୁହା ଯାନକୁ ଯୋଗାଯୋଗ କରି ନିକଟସ୍ଥ ସିକରପାଇ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ମୁଣ୍ଡ ଫାଠି ଗୁରୁତର ଥିବା ପତି କାଡ୍ରାକାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇ ସାଙ୍ଗ ମହେଶ୍ୱର ହୁଈକା ଓ ମଧୁ ହୁଈକା ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଖବର ପାଇ କଲ୍ୟାଣସିଂହପୁର ପୁଲିସ ଜିଲା ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ଅପମୃତ୍ୟୁ ମାମଲା ରୁଜୁ କରିବା ପରେ ଶବ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories