ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ଯାଇ ଗ୍ରାମରେ ଥିବା ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଅବସରରେ ବକ୍ତୃତା ଓ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

Comments are closed.