www.samajalive.in
Sunday, December 7, 2025
26.1 C
Bhubaneswar

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦଦ୍ଭାବନାଗୃହ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ପାରୁଲ ପଟୱାରିଙ୍କ ଅଧ୍ୟକ୍ଷତାରେ ଜିଲା ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଉପଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ପିଏ ଆଇଟିଡିଏ ଚନ୍ଦ୍ରକାନ୍ତ ମାଝୀ, ଡି ଡବ୍ଲୁ ଓ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ମଞ୍ଚାସୀନ ରହିଥିଲେ।

ଜୁଲାଇରେ ଗ୍ରହଙ୍କ ମହାଚଳନ .. ଏହି ରାଶିଙ୍କ ପାଇଁ ଆସୁଛି ବଡ ଖୁସି; ମିଳିବ ଖାଲି ସଫଳତା, ଚାକିରି, କିଣିବେ ଘର,ଗାଡି..

- Advertisement -

ଏଥିରେ ମୋଟ ୩୭ଟି ଅଭିଯୋଗ ଶୁଣାଣି ହୋଇଥିଲା। ସେଥିରୁଟି ୩୦ ବ୍ୟକ୍ତିଗତ ସମସ୍ୟା, ୭ଟି ଗୋଷ୍ଠି ଭିତ୍ତିକ ରହିଥିଲା। କେ. ମିନାରାଓଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଯାଇଛି। ଜିଲ୍ଲାପାଳ ୭ଟି ବିଧବା, ବାର୍ଦ୍ଧକ୍ୟ, ବିକଳାଙ୍ଗ ଭତ୍ତା ବଣ୍ଟନ କରିଥିଲେ। ଏଥିରେ ସଦରରେ ପାନୀୟ ଜଳ ସମସ୍ୟା, ରାସ୍ତା, ଆଡିବନ୍ଧ ମରାମତି, ଘରଢ଼ିଅ ପଟ୍ଟା  ଘାଗୁଡିମାଲ ରାସ୍ତା, ଜିଲୁଣ୍ଡା କେନାଲ ମରାମତି ବିଷୟରେ ଅଭିଯୋଗ କରିଥିଲେ।ସଦର ପଞ୍ଚାୟତର ଏଥିରେ ଜିଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ସମେତ ବିଡ଼ିଓ ମନୀଷା ଦାସ, ତହସିଲଦାର ମାନସ ରଞ୍ଜନ ମାନସେଠ, ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ ଓ ବ୍ଲକ, ତହସିଲ କାର୍ଯ୍ୟାଳୟର କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଲଘୁଚାପ ଜନିତ ବର୍ଷା ହେଉଥିବାରୁ କମ ସମୟ ମଧ୍ୟରେ ଜନ ଶୁଣାଣୀ ସରିଯାଇଛି। ବ୍ଲକ ପ୍ରଶାସନ ପକ୍ଷରୁ ପ୍ରଚାର ପ୍ରସାର ଅଭାବ ଯୋଗୁଁ ଅଭିଯୋଗକାରୀମାନେ ନିଜ ନିଜର ସମସ୍ୟା ଜଣାଇବା ପାଇଁ ବଞ୍ଚିତ ହେଉଛନ୍ତି। ଜନ ଶୁଣାଣିରେ ଅତିଥି ଆସନ ଖାଲି ପଡ଼ିଥିବା ଦେଖିବାକୁ ମିଳିଛି।

ହିନ୍ଦୁ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍‌; ନେତା ସହ ୫ ଗିରଫ

ଦେଖନ୍ତୁ ଭିଡିଓ ; ଘରୁ ଆସୁଥିଲା ଅଜବ ଅଜବ ଶବ୍ଦ, ଫ୍ରିଜ୍‌ ଖୋଲିବା ମାତ୍ରେ ଦେଖିଲେ..

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories