www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନିୟମିତତା ବିରୋଧରେ ବିଜେପି ପକ୍ଷରୁ ବ୍ଲକ ଘେରାଉ

କାମାକ୍ଷାନଗର : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନିୟମିତତା ବିରୋଧରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରବ୍ଲକ କାର୍ୟ୍ୟଳୟ ଘେରାଉ କରିଛି ବିଜେପି । ବିଜେପି ରାଜ୍ୟ କାର୍ୟ୍ୟ।କାରିଣୀ ସଦସ୍ୟ ଶତ୍ରୁଘ୍ନ ଜେନା, ପୂର୍ବତନ ରାଜ୍ୟସଭା ସାଂସଦ ରୁଦ୍ରନାରାୟଣ ପାଣିଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ କାମାକ୍ଷାନଗର ବ୍ଲକ ଘେରାଉରେ ସାମିଲ ହୋଇଥିଲେ । ତେବେ ପ୍ରତେକ ପଂଚାୟତରେ ଯୋଗ୍ୟ ହିତାଧିକାରୀଙ୍କୁ ଉଦେଶ୍ୟ ମୂଳକ ଭାବେ ବାଦ ଦେବା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରିବା, ପ୍ରତ୍ୟେକ ହିତାଧିକାରୀଙ୍କ ଠାରୁ କୋଡିଏ ହଜାର ଉତକୋଚ ନେବା ଆଦି ପ୍ରତିବାଦରେ ବ୍ଲକ ଘେରାଉ କରାଯାଇଥିଲା । ତଦନ୍ତ କରି ଯୋଗ୍ୟ ହିତାଧିକାରୀଙ୍କ ଯୋଜନାରେ ସାମିଲ କରିବା ସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେବା ପାଇଁ ଏକ ଦାବିପତ୍ର ବିଡ଼ିଓ ବିକାଶ ମହାନ୍ତିଙ୍କୁ ପ୍ରଦାନ କରାଯାଇଥିଲା ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories