www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ବୁତଙ୍କ ଆକ୍ରମଣରେ ଜେଲ ଫେରନ୍ତାଙ୍କ ଶୋଚନୀୟ ମୃତ୍ୟୁ

କାମାକ୍ଷାନଗର : କାମାକ୍ଷାନଗର ସହରର ଆଳତୁମା ନିକଟରେ ବୁଧବାର ବିଳମ୍ବିତ ରାତିରେ ଦୁର୍ବୁତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବା ଗୁରୁବାର ପୂର୍ବାହ୍ନରେ ଜଣାପଡିଛି। ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓ କାଟେଣୀ ଗ୍ରାମର ନିରଞ୍ଜନ ସାହୁ (୪୪) କାମାକ୍ଷାନଗର ସହର ସନ୍ନିକଟ ଜିରୀଡମାଳି ଅଞ୍ଚଳରେ ରହି ଆସୁଥିଲେ ।  ସେ ବରୁଆଁ ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗରେ ଗିରଫ ହୋଇଥିବା ବେଳେ କିଛି ଦିନ ତଳେ ଜାମିନରେ ଆସିଥିଲେ ।  ଗତ କାଲି ରାତିରେ କେହି ଦୁର୍ବୁତ ନିରଞ୍ଜନଙ୍କୁ ଆଲତୁମା ନିକଟରେ ଗୁଳି କରି ହତ୍ୟା କରିଥିବାର ଗୁରୁବାର ପୂର୍ବାହ୍ନରେ ପ୍ରଚାର ହୋଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories