www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ବାଉଁଶପାଳ ଛକ ଠାରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ବାଙ୍ଗୁରା ଗ୍ରାମର ଅଚ୍ୟୁତାନନ୍ଦ ନାଏକଙ୍କ ପୁଅ ଆଲୋକ ନାଏକ (୨୪ ) ଆମ୍ବୁଲାନ୍ସ ସେବାରେ କାର୍ଯ୍ୟରତ ଥିବାବେଳେ କର୍ତ୍ତବ୍ୟ ସାରି ସହଯୋଗୀ ଦୀନବନ୍ଧୁ ନାଏକଙ୍କ ସହିତ ଏକ ବାଇକରେ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ। ଫେରିବା ସମୟରେ ବାଉଁଶପାଳ ଛକଠାରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଆଲୋକଙ୍କର ମୃତ୍ୟୁ ହୋଇଛି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ କରି ତଦନ୍ତ ଆରମ୍ଭ କରିଛି।

ଦେଖନ୍ତୁ ଭିଡିଓ ;ପ୍ରେମିକା ସହ ଫୋନ୍‌ରେ କଥା ହେଉଥିଲେ, ପଛପଟୁ ଆସିଲା ବିଷଧର ସାପ, ଆଉ ତା’ପରେ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories