www.samajalive.in
Sunday, December 14, 2025
14.1 C
Bhubaneswar

ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ: ୩ ଆହତ ଏସସିବିରେ ଭର୍ତ୍ତି, ହେଲ୍ପ ଲାଇନ୍‌ ନମ୍ବର ଜାରି

ଚୌଦ୍ଵାର: କାମାକ୍ଷା ଏକ୍ସପ୍ରେସ୍ ଲାଇନ୍‌ଚ୍ୟୁତ। ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ- କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି। ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ଏକ୍ସପ୍ରେସ୍‌ ର ୧୧ଟି ବଗି ଲାଇନ୍ ଚ୍ୟୁତ ହୋଇଥିବା ନେଇ ପୂର୍ବତନ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ। କିଛି ଯାତ୍ରୀ ଆହତ ହୋଇଥିବାରୁ ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ପ୍ରବଳ ଖରା ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପିଇବା ପାଣି ମିଳୁନଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ପୂର୍ବତଟ ରେଳବାଇର ବରିଷ୍ଠ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିବାରେ ଲାଗିଛନ୍ତି । ଅନ୍ୟପଟେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି। କଟକ ପାଇଁ ୮୯୯୧୧୨୪୨୩୮, ଭୁବନେଶ୍ଵର ପାଇଁ ୮୪୫୫୮୮୫୯୯୯, ଖୋର୍ଦ୍ଧା ପାଇଁ ୦୬୭୪୨୪୯୨୨୪୫ ହେଲ୍ପ ଡେସ୍କ ନମ୍ବର ଜାରି କରାଯାଇଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories