www.samajalive.in
Monday, December 15, 2025
17.1 C
Bhubaneswar

ପାରିବାରିକ କଳହର କରୁଣ ପରିଣତି: ସ୍ବାମୀର ଠେଙ୍ଗା ମାଡ଼ରେ ସ୍ତ୍ରୀର ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡ ପରଜଙ୍ଗ ଥାନା ଆମ୍ବପଳାସ ଗାଁର ସାନ ମସମସା ସାହିରେରେ ସ୍ବାମୀର ଠେଙ୍ଗାମାଡ଼ରେ ସ୍ବ୍ରୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପାରିବାରିକ କଳହରୁ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନା ମୁତାବକ ମୃତ ମହିଳା ଜଣକ ହେଉଛନ୍ତି ମମତା ଖଟୁଆ, ଅଭିଯୁକ୍ତ ସ୍ୱାମୀ ହେଉଛନ୍ତି ଅଷ୍ଟମ ଖଟୁଆ। ଗତ ରାତିରେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ପାରିବାରିକ କଳହ ହୋଇଥିଲା।

ଏଥିରେ ଅଭିଯୁକ୍ତ ସ୍ୱାମୀ ଉତ୍ୟକ୍ତ ହୋଇ ତାଙ୍କ ସ୍ତ୍ରୀ ଙ୍କୁ ଏକ ଠେଙ୍ଗାରେ ବାଡେଇଦେଇ ଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା। ଆଜି ସକାଳେ ସେ ଓ ତାଙ୍କ ବଡ଼ ଭାଇ ଶିବ ଖଟୁଆ ମିଶି ଘର ପଛ ପାଖ ଜଙ୍ଗଲକୁ ମୃତଦେହ ସତ୍କାର ପାଇଁ ନେଉଥିଲେ। ବିଶେଷ ସୂତ୍ରରୁ ଖବର ପାଇ ପରଜଙ୍ଗ ପୁଲିସ ସେଠାରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏଥିସହିତ ଦୁଇ ଭାଇଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରହିଥିବା ପୁଲିସ ସୂଚନା ଦେଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories