www.samajalive.in
Monday, December 15, 2025
27.1 C
Bhubaneswar

ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟରରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

କାମାକ୍ଷାନଗର: କାମାକ୍ଷାନଗର ସହର ସନ୍ନିକଟ କାନପୁରା ସ୍ଥିତ ପଞ୍ଚାୟତରାଜ ରାଜ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ତେନ୍ତୁଳିସିଙ୍ଗା ସିଆରସିସି ବିଷ୍ଣୁପ୍ରସାଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ ସଭାପତିତ୍ୱ କରିଥିଲେ। ଅବସରପ୍ରାପ୍ତ ପ୍ରାପ୍ତ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପୃଷ୍ଟି ମୁଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷା ସହିତ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ହୋଇ ପାରିଲେ ସେମାନେ ପରିପୂର୍ଣ୍ଣ ମଣିଷ ଭାବେ ଗଢି ହୋଇ ପାରିବେ ବୋଲି ମତବ୍ୟକ୍ତ କରିଥିଲେ। ଅବସର ପ୍ରାପ୍ତ ଶିକ୍ଷାବିତ ଲୋକନାଥ ଷଡଙ୍ଗୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପ୍ରତିଯୋଗୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ। ଶିକ୍ଷକ ନିରଞ୍ଜନ ସାହୁ ସମସ୍ତଙ୍କୁ ସ୍ୱାଗତ କରିବା ସହ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ ଓ ଶିକ୍ଷକ ରବିନାରାୟଣ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ଅନୁଷ୍ଠିତ ହୋଇଥିବା ଉଭୟ କନିଷ୍ଠ ଓ ବରିଷ୍ଠ ବର୍ଗରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ, ସୃଜନଶୀଳ ଲିଖନ, ବକୃତା, ସଙ୍ଗୀତ, ସଙ୍ଗୀତ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ଓଡ଼ିଆ ହସ୍ତାକ୍ଷର ଓ ଶୃତ ଲିଖନ ଆଦି ପ୍ରତିଯୋଗିତାରେ କ୍ଲଷ୍ଟରର ୧୧ଟି ବିଦ୍ୟାଳୟରୁ ୧୫୦ ଜଣ ପ୍ରତିଯୋଗୀମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ବ୍ଲକ ସ୍ତର ପ୍ରତିଯୋତା ପାଇଁ ମନୋନୀତ କରାଯାଇଥିଲା। ଶିକ୍ଷକ ସୁରେଶ କୁମାର ବିଶ୍ବାଳ, ଚନ୍ଦ୍ରମଣି ଲେଙ୍କା, ଧ୍ରୁବଚରଣ ସୁନ୍ଦରାୟ, ରୁଦ୍ରନାରାୟଣ ପରିଡା, ବାନାର୍ଜୀ ମହାନ୍ତି, ନିର୍ମଳ ମହାନ୍ତି, ଅମିତ କୁମାର ନାୟକ, ଦେବୀପ୍ରସାଦ ନାୟକ, ଦେବୀପ୍ରସାଦ ସାହୁ, ଶିକ୍ଷୟିତ୍ରୀ କବିତା ରାଉତ, ଜ୍ୟୋତିର୍ମୟୀ ସାହୁ, ଗୀତା ମହାପାତ୍ର, ଭବାନୀ ସାହୁ, ଶିକ୍ଷା କର୍ମଚାରୀ ଗିରିଶ ଚନ୍ଦ୍ର ମହାନ୍ତି, ରବିନାରାୟଣ ରାଉତ, ଶାନ୍ତନୁ କୁମାର ରାଉତଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories