www.samajalive.in
Monday, December 8, 2025
14.1 C
Bhubaneswar

ଜୋନସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟ ପ୍ରଥମ

କାମାକ୍ଷାନଗର: କାମାକ୍ଷାନଗର ସହର ସନିକଟ କାନପୁରା ସ୍ଥିତ ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟ ଜୋନ ସ୍ତରୀୟ ଵିଜ୍ଞାନ ନାଟକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ମନୋନିତ ହୋଇଛି। ଅନୁଗୁଳ ସ୍ଥିତ ଗାନ୍ଧିମାର୍ଗ ରେ ଥିବା ସରସ୍ୱତୀ ଶିଶୁଵିଦ୍ୟା ମନ୍ଦିର ଠାରେ ଶୁକ୍ରବାର ଅନୁଷ୍ଠିତ ଜୋନ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଅନୁଗୁଳ , ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାର ୬ ଗୋଟି ଦଳ ମଧ୍ୟରୁ ଉକ୍ତ ବିଦ୍ୟାଳୟର ନାଟକ ଶ୍ରେଷ୍ଠ ହୋଇଥିବା ବେଳେ ଏହାର ନିର୍ଦ୍ଦେଶକ ଦିନେସ ଦାସଙ୍କୁ ମଧ୍ୟ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ପୁରସ୍କୃତ କରାଯାଇଛି। ଏହି ସଫଳତା ପାଇଁ ବିଦ୍ୟାଳୟ ତରଫରୁ ଅଂଶଗ୍ରହଣ କରିଥିବା କୁନି କୁନି କଳାକାରମାନଙ୍କୁ ଓ ନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧିତ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories