କାମାକ୍ଷାନଗରରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ

କାମାକ୍ଷାନଗର: କାମାକ୍ଷାନଗରର ସାରଙ୍ଗଧର ଉଚ୍ଚ ବିଦ୍ୟାଳୟ,ପଞ୍ଚାୟତ ରାଜ ଉଚ୍ଚ ବିଦ୍ୟାଳୟ କାନପୁରା, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ମିଳିତ ଆନୁକୂଲ୍ୟରେ ସାରଙ୍ଗଧର ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ ହୋଇ ଯାଇଛି। ଏ ଉପଲକ୍ଷେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସାରଙ୍ଗଧର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗବନ୍ଧୁ ଜେନା ପତାକା ଉତ୍ତୋଳନ କରିବା ପରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଗୌରବମୟ ଇତିହାସ ବିଷୟରେ ଆଲୋକପାତ କରିଥିଲେ।

prayash

ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତ ରାଜ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଗୌରଚନ୍ଦ୍ର ନନ୍ଦ ଯୋଗଦେଇ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଆମ ଜୀବନରେ ଭୂମିକା ଉପରେ ଆଲୋଚନା କରିଥିଲେ। ଥାର୍ଡ଼ ଅଫିସର ଦୁର୍ଯ୍ୟୋଧନ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଥାର୍ଡ଼ ଅଫିସର ଅଭିଷେକ ସାହୁ, ପଞ୍ଚାୟତ ରାଜ ଉଚ୍ଚ ବିଦ୍ୟାଳୟ କାନପୁରର ଶିକ୍ଷକ ବାନାର୍ଜୀ ମହାନ୍ତି, କର୍ମଚାରୀ ମନ୍ମଥ ନାୟକ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ। ପଞ୍ଚାୟତ ରାଜ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁରେଶ ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed.