www.samajalive.in
Saturday, December 6, 2025
26.1 C
Bhubaneswar

ଅଜଣା ଗାଡି ଧକ୍କାରେ ଜଣେ ମୃତ

କାମାକ୍ଷାନଗର: ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧ ଜଣକ ହେଲେ କାମାକ୍ଷାନଗର ଥାନା ବେଢାପାଳ ଗ୍ରାମର ଗଜିଆ ଲେଙ୍କା  ବୋଲି ଜଣାପଡ଼ିଛି। ପରିବାର ଲୋକଙ୍କ ସୂଚନା ଅନୁଯାୟୀ ଗଜିଆ ଆଜି ଟାଟାମାଇନ୍ସ ହାଟ କରିବାକୁ ଯାଇଥିଲେ। ହାଟରୁ ଫେରିବା ବେଳେ ଓଡ଼ିଶ କେନାଲ ରାସ୍ତାରେ ଏକ ଅଜଣା ଗାଡି ସହ ତାଙ୍କର ଧକ୍କା ହୋଇଥିଲା। ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳ ରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories