www.samajalive.in
Sunday, December 7, 2025
26.1 C
Bhubaneswar

 ଗଛ ଡାଳ ପଡି ଯୁବକଙ୍କର ମୃତ୍ୟୁ

କାମାଖ୍ୟାନାଗର : କାମାଖ୍ୟାନାଗର  ଥାନା ଆଳତୁମା ଗ୍ରାମ ନିକଟବର୍ତ୍ତୀ ରାମିଆଳ ନଦୀକୁ ଗାଧୋଇବାକୁ ଯାଉଥିବା ବେଳେ ଆମ୍ବ ଗଛରୁ ଡାଳ ପଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ କାମାଖ୍ୟାନାଗର ଏନଏସି ଅନ୍ତର୍ଗତ ଆଳତୁମା ଗ୍ରାମ ଶବର ବସ୍ତିର ମୁନା ଦେହୁରୀ ବୋଲି ସୂଚନା ମିଳିଛି।
ମୁନା ଗାଧୋଇବାକୁ ନଦୀକୁ ଯାଉଥିବା ବେଳେ ଆମ୍ବ ଗଛରୁ ଏକ ବଡ଼ ଡାଳ ତାଙ୍କ ଉପରେ ଖସି ପଡିଥିଲା। ତେବେ ତାଙ୍କ ଚିତ୍କାର ଶୁଣି ପାଖରେ ଥିବା ଲୋକମାନେ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories