www.samajalive.in
Tuesday, December 9, 2025
17.1 C
Bhubaneswar

ବିଦ୍ୟୁତ ଆଘାତରେ ଦନ୍ତାହାତୀର ମୃତ୍ୟୁ ସନ୍ଦେହ; ବନ ବିଭାଗର କାର୍ଯ୍ୟକୁ ନେଇ ଉଠିଲା ପ୍ରଶ୍ନ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ରାଙ୍କିଆ ଗ୍ରାମର କଇଁଥଗୋଡା ନିକଟରେ ଥିବା ଚାଷ ଜମିରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ବିଦ୍ୟୁତ ଆଘାତ କାରଣରୁ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ପ୍ରାଥମିକ ସ୍ତରରେ ସନ୍ଦେହ କରାଯାଉଛି। ହାତୀଟିର ଆନୁମାନିକ ବୟସ ପ୍ରାୟ ୨୫ରୁ ୩୦ ବର୍ଷ ମଧ୍ୟରେ ହୋଇଥିବା ସୂଚନା। ହାତୀଟିର ଶୁଣ୍ଢଟି ବିଦ୍ୟୁତ ତାର ସହିତ ଗଭୀର ଆଘାତ ଏବଂ ରକ୍ତାକ୍ତ ହୋଇଥିବା ଦେଖିବାକୁ ମିଳିଛି। ଚାଷ ଜମିରେ ବିଛା ହୋଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକଙ୍କ ସ୍ପଷ୍ଟୋକ୍ତି। ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଚାଲିଥିବା ବେଳେ ହାତୀ ମୃତ୍ୟୁ ସମସ୍ତଙ୍କୁ ଏବେ ବ୍ୟଥିତ କରିଛି। ତେବେ ଗତକାଲି ଅଞ୍ଚଳରେ ଦୁଇଟି ହାତୀ ବୁଲୁଥିବା ବେଳେ ଆଜି ଗୋଟିଏ ଦନ୍ତା ହାତୀର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories