www.samajalive.in
Monday, December 8, 2025
24.1 C
Bhubaneswar

କଲଭର୍ଟ ତଳକୁ ଖସି ସ୍କୁଟି ଆରୋହୀ ମୃତ

କାମାକ୍ଷାନଗର: ତୁମୁସିଙ୍ଗା ଥାନା କାମାକ୍ଷାନଗର-ଢେଙ୍କାନାଳ ମୁଖ୍ୟରାସ୍ତାର ଖଟୁଆହତା ନିକଟରେ ଥିବା ଏକ କଲଭର୍ଟରେ ପିଟିହୋଇ ଜଣେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଢେଙ୍କାନାଳ ସହର ନିକଟବର୍ତ୍ତୀ ରାମେଶ୍ବରପୁର ଗ୍ରାମର ଗଣେଶ୍ବର ଖୁଣ୍ଟିଆ। ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ସୂଚନା। ଗଣେଶ୍ବର କାମାକ୍ଷାନଗରରୁ କାମ ସାରି ସ୍କୁଟି ଯୋଗେ ଘରକୁ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା କଲଭର୍ଟ ତଳକୁ ଖସି ଯାଇଥିଲେ। ଫଳରେ ଘଟଣା ସ୍ଥଳର ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ତୁମୁସିଙ୍ଗା ପୁଲିସ ପହଞ୍ଚିଥିଲା। ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚି ମୃତଦେହ ଚିହ୍ନଟ କରିବା ପରେ ପୁଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories