www.samajalive.in
Thursday, December 11, 2025
16.1 C
Bhubaneswar

ଅବକାରୀ ବିଭାଗର ଚଢ଼ାଉ; ଦେଶୀ ମଦ ସହ ୨ ଗିରଫ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର ଭୁବନ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚୋରା ମଦ କାରବାର ହେଉଛି । ଏନେଇ ଢେଙ୍କାନାଳ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଓ ପୋଚ ଜବତ କରାଯାଇଛି । ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ବିଭାଗ ପକ୍ଷରୁ ଗିରଫ କରାଯାଇଛି l ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଚନ୍ଦାର ଗ୍ରାମର ବିରଞ୍ଚି ସାହୁ ହୋଇଥିବା ବେଳେ, ଅନ୍ୟ ଜଣକ ଏକତାଳି ଗ୍ରାମର ଯୁଗଳ କିଶୋର ବେହେରା ବୋଲି ଜଣାପଡ଼ିଛି । ସୂଚନା ମୁତାବକ ଭୁବନ ଅଞ୍ଚଳରେ ଅବାଧରେ ଚୋରା ଦେଶୀ ମଦ କାରବାର ହେଇ ଆସୁଛି l ଏହି ଖବର ପାଇ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିରଞ୍ଚିଙ୍କ ଘରୁ ୫୦ଲିଟର ଦେଶୀ ମଦ ଜବତ କରିଛି । ସେହିପରି ଯୁଗଳଙ୍କ ଘରୁ ୩୫ ଲିଟର ଦେଶୀ ମଦ ମିଳିଛି | ତେବେ ଉଭୟଙ୍କୁ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲଣ କରିଛି l

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories