www.samajalive.in
Saturday, December 6, 2025
23.1 C
Bhubaneswar

ଅବକାରୀ ବିଭାଗର ଚଢ଼ାଉ; ଦେଶୀ ମଦ ସହ ୨ ଗିରଫ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର ଭୁବନ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚୋରା ମଦ କାରବାର ହେଉଛି । ଏନେଇ ଢେଙ୍କାନାଳ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଦେଶୀ ମଦ ଓ ପୋଚ ଜବତ କରାଯାଇଛି । ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ବିଭାଗ ପକ୍ଷରୁ ଗିରଫ କରାଯାଇଛି l ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଚନ୍ଦାର ଗ୍ରାମର ବିରଞ୍ଚି ସାହୁ ହୋଇଥିବା ବେଳେ, ଅନ୍ୟ ଜଣକ ଏକତାଳି ଗ୍ରାମର ଯୁଗଳ କିଶୋର ବେହେରା ବୋଲି ଜଣାପଡ଼ିଛି । ସୂଚନା ମୁତାବକ ଭୁବନ ଅଞ୍ଚଳରେ ଅବାଧରେ ଚୋରା ଦେଶୀ ମଦ କାରବାର ହେଇ ଆସୁଛି l ଏହି ଖବର ପାଇ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିରଞ୍ଚିଙ୍କ ଘରୁ ୫୦ଲିଟର ଦେଶୀ ମଦ ଜବତ କରିଛି । ସେହିପରି ଯୁଗଳଙ୍କ ଘରୁ ୩୫ ଲିଟର ଦେଶୀ ମଦ ମିଳିଛି | ତେବେ ଉଭୟଙ୍କୁ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲଣ କରିଛି l

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories