www.samajalive.in
Friday, December 12, 2025
15.1 C
Bhubaneswar

ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ଇନ୍ଦିପୁର ଗାଁର ସନିକଟ ରାମିଆଳ ନଦୀରେ ଜଣେ ଯୁବକ ବୁଡ଼ିଯାଇ ତାଙ୍କର ମୃତ୍ୟୁ ଘଟିଛି ।  ନଦୀରେ ଗାଧୋଉଥିବା ସମୟରେ ବୁଡ଼ିଯାଇ ଯୁବକ ଜଣକ ପ୍ରାଣ ହରାଇଛନ୍ତି l  ମୃତ ଯୁବକ ଜଣକ ହେଉଛନ୍ତି ଇନ୍ଦିପୁର ଗ୍ରାମର ଶତ୍ରୁଘ୍ନ ସେଠୀଙ୍କ ପୁଅ ସୁଶାନ୍ତ ସେଠୀ(୪୫) | ସୁଶାନ୍ତ ଆଜି ସକାଳେ ନିକଟବର୍ତ୍ତୀ ରାମିଆଳ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ, ଅସାବଧାନତା କାରଣରୁ ପାଦ ଖସି ଯିବାରୁ ସେ ବୁଡ଼ି ଯାଇଥିବା ସନ୍ଦେହ  କରାଯାଉଛି | ସ୍ଥାନୀୟ ଲୋକ ଦେଖିବା ପରେ ଏନେଇ ପୁଲିସକୁ ଖବର ଦେଇଥିଲେ | ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ତଦନ୍ତ ଜାରି ରଖିଛନ୍ତି | ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି |

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories