www.samajalive.in
Monday, December 8, 2025
27.1 C
Bhubaneswar

ବଜ୍ରପାତରେ ୨ ଗୁରୁତର; ୪ ଛେଳି ମୃତ

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ବାଲିଗୋରଡ ପଞ୍ଚାୟତର ଖଟଖୁରା ଏବଂ କାନପୁରା ପଞ୍ଚାୟତର ପଲ୍ଲୀ ଶାନ୍ତରାପୁର ଗ୍ରାମରେ ଗୁରୁବାର ବଜ୍ରପାତରେ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁଇ ଗୁରୁତରଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏଥିସହ ବଜ୍ରପାତରେ ୪ଟି ଛେଳିଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବାଲିଗୋରଡ଼ ପଞ୍ଚାୟତର ଖଟଖୁରା ଗ୍ରାମ କଟାସାହିର ବିଦ୍ୟାଧର ବେହେରା ଛେଳି ଚରାଇବାକୁ ଯାଇଥିବା ବେଳେ ଅପରାହ୍ନରେ ବଜ୍ରପାତ ହୋଇଥିଲା। ଏଥିରେ ବିଦ୍ୟାଧର ଗୁରୁତର ଭାବେ ଆହତ ହୋଇଥିବା ବେଳେ ତାଙ୍କର ଚାରିଟି ଛେଳିଙ୍କ ମୃତ୍ୟୁ ହୋଇଛି।

ସେହିପରି କାନପୁରା ପଞ୍ଚାୟତର ପଲ୍ଲୀ ଶାନ୍ତରାପୁର ଗ୍ରାମର ଗୁରୁବାରୀ ନାୟକ ନିଜ ଘରେ ବସିଥିବା ବେଳେ ବଜ୍ରପାତ ହୋଇଥିଲା। ଫଳରେ ଘର ଜଳି ଯାଇଥିବା ବେଳେ ଗୁରୁବାରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉଭୟ ଗୁରୁତର ଏବେ ଚିକିତ୍ସାଧୀନ ଅଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories