www.samajalive.in
Saturday, December 6, 2025
16.1 C
Bhubaneswar

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କାମାକ୍ଷାନଗର: କାମାକ୍ଷାନଗର ମହାବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ଓ ସାମାଜିକ ସୁରକ୍ଷା ବିଭାଗ ତରଫରୁ ଏହି ଭିନ୍ନକ୍ଷମ ଶିବିର ଆୟୋଜିତ ହୋଇଛି। ଏହି ଶିବିରରେ କାମାକ୍ଷାନଗର ବ୍ଲକର ୨୨ଟି ପଞ୍ଚାୟତ ଶତାଧିକ ଭିନ୍ନକ୍ଷମ ପୁରୁଷ, ମହିଳା ଓ ଶିଶୁମାନେ ଯୋଗ ଦେଇଥିଲେ। ଦୃଷ୍ଟିବାଧିତ, ଅସ୍ଥିଶଲ୍ୟ, ଶ୍ରବଣବାଧିତ, ମାନସିକ ଅନଗ୍ରସର, ଭିନ୍ନକ୍ଷମମାନଙ୍କୁ ସରକାରଙ୍କ ତରଫରୁ ବିନାମୂଲ୍ୟରେ ଡାକ୍ତରଙ୍କ ଦ୍ୱାରା ପରୀକ୍ଷା କରାଯାଇ ଚିକିତ୍ସା କରାଯାଇଛି। ରାଜ୍ୟ ସରକାରଙ୍କ ତରଫରୁ ଯେଉଁମାନେ ଭିନ୍ନକ୍ଷମ ସେମାନଙ୍କୁ ତୁରନ୍ତ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ କରାଯିବା ସହ ଟ୍ରାଇ ସାଇକେଲ, ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଛି। ଯେଉଁମାନେ ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଛନ୍ତି ସେମାନଙ୍କୁ ମଧ୍ୟ ତୁରନ୍ତ ଭିନ୍ନକ୍ଷମ ଭତ୍ତା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମକୁ କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଉଦଘାଟନ କରିଥିବା ବେଳେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ, ବିଡ଼ିଓ ଅବିନାଶ ପାଣ୍ଡିଆ ଏବଂ ବ୍ଲକର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories