www.samajalive.in
Saturday, December 6, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କମଲନାଥ

ଭୋପାଳ: ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏକ ନୂଆ ମୋଡ଼ ନେଇଛି। ଆସ୍ଥା ଭୋଟ ପୂର୍ବରୁ ହିଁ ମୁଖ୍ୟମନ୍ତ୍ରୀ କମଲନାଥ ନିଜ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ଲାଲାଜି ଲଣ୍ଡନଙ୍କୁ ଭେଟି ସେ ନିଜ ଇସ୍ତଫା ପତ୍ର ଦେଇଛନ୍ତି। ରାଜ୍ୟପାଳଙ୍କୁ ଇସ୍ତଫା ଦେବା ପୂର୍ବରୁ ସେ ଭୋପାଳ ସ୍ଥିତ ନିଜ ବାସଭବନରେ ସାମ୍ୱାଦିକ ସମ୍ମିଳନୀ କରି ଇସ୍ତଫା ନେଇ ଘୋଷଣା କରିଥିଲେ। ୨୨ ବିଧାୟକଙ୍କ ଇସ୍ତଫା ପରେ କମଲନାଥ ସରକାରଙ୍କ ପାଖରେ ବହୁମତ ନଥିଲା । ତେଣୁ ସେ ପଦରୁ ଇସ୍ତଫା ଦେଇଛନ୍ତି।

ସାମ୍ୱାଦିକ ସମ୍ମିଳନୀରେ ସେ ନିଜ ୧ ବର୍ଷ, ତିନି ମାସ ଓ ୨ ଦିନର ଅନୁଭୂତି ବାବଦରେ କହିଥିଲେ। ୧୫ ବର୍ଷରେ ବିଜେପି ସରକାର ରାଜ୍ୟରେ ଯାହା ନକରିଛି, ତାଙ୍କ ସରକାର ମାତ୍ର ୧୫ ମାସରେ ସେସବୁ କରିବାକୁ ସକ୍ଷମ ହୋଇଛି ବୋଲି କମଲନାଥ କହିଛନ୍ତି। ଏହା ସହିତ ପ୍ରଥମରୁ ହିଁ ବିଜେପି ତାଙ୍କ ସରକାର ଭାଙ୍ଗିବାକୁ ଚେଷ୍ଟା ଚଳାଇଥିଲା ବୋଲି ସେ ଅଭିଯୋଗକରିଛନ୍ତି। ଜ୍ୟୋତିରାଦିତ୍ୟଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଜଣେ ମହାରାଜା ସହ ମିଶି ବିଜେପି ମଧ୍ୟପ୍ରଦେଶ ସରକାର ଭାଙ୍ଗିବାର ଷଡ଼ଯନ୍ତ୍ର ରଚିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories