www.samajalive.in
Friday, December 5, 2025
23.1 C
Bhubaneswar

କମଳା ହାରିସ୍ ରାଷ୍ଟ୍ରପତି ପ୍ରାର୍ଥୀ: କହିଲେ ପ୍ରତ୍ୟେକ ଭୋଟ୍ ଜିତିବାକୁ କରିବି କଠିନ ପରିଶ୍ରମ

ୱାଶିଂଟନ : କମଳା ହାରିସ୍ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ। ଆନୁଷ୍ଠାନିକ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ନେଇ ଏକ୍ସରେ ସେ ସୂଚନା ଦେଇଛନ୍ତି।  ସେ କହିଛନ୍ତି ପ୍ରତ୍ୟେକ ଭୋଟ୍ ଜିତିବାକୁ ମୁଁ କଠିନ ପରିଶ୍ରମ କରିବି। ଚଳିତବର୍ଷ ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଡୋନାଲଡ ଟ୍ରମ୍ପ ରିପବ୍ଲିକାନ ପାର୍ଟି ତରଫରୁ ପ୍ରାର୍ଥୀ ହୋଇଥିବାବେଳେ ବର୍ତ୍ତମାନର ରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପ୍ରାର୍ଥୀ ଜୋ ବାଇଡେନ୍‌ ଏହି ଦୌଡରୁ ଓହରି ଯାଇଛନ୍ତି। ତେବେ ହାରିସଙ୍କ ପ୍ରାର୍ଥିତ୍ବକୁ ପୂର୍ବତନ ରାଷ୍ଟ୍ରପତି ବରାକ ଓବାମା ଏବଂ ପତ୍ନୀ ମିସେଲ ଓବାମା ଦୃଢ ସମର୍ଥନ କରିଛନ୍ତି। ରାଷ୍ଟ୍ରପତି ପଦରୁ ଅବସର ନେବାର ପ୍ରାୟ ଦଶବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ସୁଦ୍ଧା ଓବାମାଙ୍କ ଲୋକପ୍ରିୟତା ଏବେ ମଧ୍ୟ ଶିଖରରେ ରହିଛି। ଡେମୋକ୍ରାଟିକ ପାର୍ଟି ନେତା ଓବାମା ୨୦୦୯ରେ ପ୍ରଥମ କୃଷ୍ଣକାୟ ବ୍ୟକ୍ତିଭାବେ ଆମେରିକାର ସର୍ବୋଚ୍ଚ ପଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୭ ପର୍ଯ୍ୟନ୍ତ ଏହି ଦାୟିତ୍ବ ତୁଲାଇଥିଲେ। ହାରିସଙ୍କ ପ୍ରାର୍ଥିତ୍ବକୁ ସମର୍ଥନ ଜଣାଇବାରେ ଓବାମାଙ୍କ ମତ ବେଶ ଗୁରୁତ୍ବ ବହନ କରୁଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories