www.samajalive.in
Sunday, November 16, 2025
15.1 C
Bhubaneswar

ଏସସିବିରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ସମାଜ ଡିଜିଟାଲ ଡେସ୍କ: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଥରେ ଅସୁସ୍ଥ ହୋଇ କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ କମଳାଙ୍କୁ କଟକ ଅଣାଯାଇ ଏସସିବିର ମେଡିସିନ ବିଭାଗରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । ଚାରି ଜଣ ଡାକ୍ତରଙ୍କୁ ନେଇ ଗଠିତ ଟିମ୍‍ କମଳାଙ୍କ ଚିକିତ୍ସା କରୁଛନ୍ତି । ପୂର୍ବରୁ ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହୋଇ ସୁସ୍ଥ ହେବା ପରେ ଘରକୁ ଫେରିଥିଲେ । କୋରାପୁଟ ଜିଲାର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉଦ୍ଧ୍ୱର୍ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି ସେଗୁଡିକର ସଂରକ୍ଷଣ କରିପାରିଛନ୍ତି । ଏଥିପାଇଁ ତାଙ୍କୁ ୨୦୨୨ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି ।

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories