www.samajalive.in
Saturday, December 6, 2025
26.1 C
Bhubaneswar

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ। କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ ଘଟିଛି। ଦୁଇ ଦିନ ତଳେ ସେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ୨୦୧୯ ମସିହାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କିଡ୍‌ନୀ ଜନିତ ସମସ୍ୟା ଯୋଗୁଁ ତାଙ୍କୁ ଗତ ୧୮ ତାରିଖରେ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ଏକ ଚାରି ଜଣିଆ ଡାକ୍ତରୀ ଦଳ ତାଙ୍କାର ଚିକିତ୍ସା କରୁଥିଲେ। ପୂର୍ବରୁ ମଧ୍ୟ ସେ ଦୁଇରୁ ତିନି ଥର କଟକ ଏସସିବି ମେଡିକାଲ ଚିକିତ୍ସା ପାଇଁ ଆସିଥିଲେ। କିନ୍ତୁ ସୁସ୍ଥ ହୋଇ ଘରକୁ ଫେରି ଯାଉଥିଲେ। ଏଥର ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories