www.samajalive.in
Monday, December 15, 2025
17.1 C
Bhubaneswar

ଜିଲାପାଳଙ୍କ ଦ୍ୱାରା ପୁରସ୍କୃତ ହେଲା କମର୍ଦ୍ଧା ପଞ୍ଚାୟତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ପ୍ରଶାସନ ପକ୍ଷରୁ ନିଜସ୍ୱ କାର୍ଯ୍ୟକ୍ରମ ଭାବେ ସପ୍ତାହର ପ୍ରତି ମଙ୍ଗଳବାର ଦିନ ପଞ୍ଚାୟତ କାର୍ଯ୍ୟାଳୟଗୁଡିକରେ ସାପ୍ତାହିକ ଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯାଉଛି । କରୋନା ପୂର୍ବରୁ ଆରମ୍ଭ ହୋଇଥିବା ଏହି ସାପ୍ତାହିକ ଅଭିଯୋଗ ଶୁଣାଣି ସାରା ରାଜ୍ୟରେ ଉଦାହରଣ ସୃଷ୍ଟି କରିଥିବାବେଳେ ବ୍ଲକର କମର୍ଦ୍ଧା ଗ୍ରାମପଞ୍ଚାୟତରେ ଏହା ଉଦ୍‌ଘାଟିତ ହେବା ସହିତ ସାରା ବ୍ଲକରେ ଲୋକପ୍ରିୟତା ହାସଲ କରିଛି । ତେବେ ଉଲ୍ଲେଖନୀୟ ଘଟଣାକ୍ରମରେ ବ୍ଲକର ୨୬ଗୋଟି ଗ୍ରାମପଞ୍ଚାୟତ ମଧ୍ୟରୁ କମର୍ଦ୍ଧା ଗ୍ରାମପଞ୍ଚାୟତରେ ସାପ୍ତାହିକ ଅଭିଯୋଗ ଶୁଣାଣିର ଆୟୋଜନ ସହିତ ଲୋକଙ୍କ ଅଭିଯୋଗ ଦୂରୀକରଣରେ ସଫଳତା ଯୋଗୁଁ କମର୍ଦ୍ଧା ଗ୍ରାମପଞ୍ଚାୟତକୁ ପୁରସ୍କୃତ କରାଯାଇଛି । କଳାହାଣ୍ଡି ଜିଲ୍ଲାପାଳ ଡ. ପରାଗ ଗାଭାଲି ହର୍ଷଦ ବିଶ୍ୱନାଥପୁରସ୍ଥିତ ବ୍ଲକ କାର୍ଯ୍ୟାଳୟରେ କମର୍ଦ୍ଧା ଗ୍ରାମପଞ୍ଚାୟତକୁ ପୁରସ୍କୃତ କରିଥିବାବେଳେ ଏହି ଅବସରରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୋମେଶ କୁମାର ଉପାଧ୍ୟାୟ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଏବିଡିଓ ବିଭୂତିଭୂଷଣ ଶତପଥି ପ୍ରମୁଖ ଉପସ୍ଥିତ ଥିଲେ । କମର୍ଦ୍ଧା ସରପଞ୍ଚ ସୁଶୀଳା ନାଏକ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୌରାଙ୍ଗ ମାଝୀ ଜିଲ୍ଲାପାଳଙ୍କଠାରୁ ପ୍ରମାଣପତ୍ର ଗ୍ରହଣ କରିଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories