www.samajalive.in
Saturday, December 6, 2025
16.1 C
Bhubaneswar

କନ୍ଧମାଳ: ପୁଣି ୫୦ କରୋନା ସଂକ୍ରମିତ ଚିହ୍ନଟ

ଫୁଲବାଣୀ: ୩ କରେନା ଯୋଦ୍ଧାଙ୍କ ସମେତ ଜିଲାରେ ଆଜି ନୂଆ ୫୦ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥି ସହିତ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୧୮୫ ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୪,୭୮୪ ଜଣ ସଂକ୍ରମିତ ଅର୍ଥାତ ମୋଟ ସଂକ୍ରମିତଙ୍କର ୯୨.୨୭ ପ୍ରତିଶତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫(୦.୪୮%)ରହିଛି। ଆଉ ୩୭୬ ଜଣ ସଂକ୍ରମିତ(୭.୨୫%) ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି।

ଆଜିର ଚିହ୍ନଟମାନଙ୍କ ମଧ୍ୟରୁ ଫୁଲବାଣୀ ଗ୍ରାମାଞ୍ଚଳର ୬ ଜଣ ଏବଂ ସହରାଞ୍ଚଳର ଜଣେ ରହିଥିବା ବେଳେ ବାଲିଗୁଡାର ୬ଜଣ, ଚକାପାଦର ୧୦ଜଣ, ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳର ଜଣେ ଏବଂ ଗ୍ରାମାଞ୍ଚଳର ୫ଜଣ, କ.ନୁଆଗାଁର ଜଣେ, ଖଜୁରିପଡାର ୪ ଜଣ,ଫିରିଙ୍ଗିଆର ୪ଜଣ, ରାଇକିଆର ୬ଜଣ, ଟିକାବାଲିର ୨ ଜଣ, ତୁମୁଡିବନ୍ଧର ୩ ଜଣ ଏବଂ ଅନ୍ୟାନ୍ୟ ଜଣେ ରହିଥିବା ନେଇ ଜିଲ୍ଲା ପ୍ରଶାସନ ତରଫରୁ ଜଣାପଡିଛି। ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖି ଯାତାୟତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories