www.samajalive.in
Saturday, December 6, 2025
23.1 C
Bhubaneswar

କନ୍ଧମାଳ: ୮ କରୋନା ଯୋଦ୍ଧାଙ୍କ ସମେତ ୪୫ ସଂକ୍ରମିତ ଚିହ୍ନଟ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ଆଉ ଦୁଇ ଜଣ ପୁଲିସ କର୍ମଚାରୀଙ୍କ ସମେତ ଜଣେ ନର୍ସଙ୍କୁ ମିଶାଇ ୮ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ଆଜି କନ୍ଧମାଳ ଜିଲ୍ଲାରେ ୪୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ୫,୦୫୧ ରେ ପହଞ୍ଚିଛି। ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଆଜି ସୁଦ୍ଧା ୪,୬୩୦ ଜଣ ଅର୍ଥାତ ଆଜି ସୁଦ୍ଧା ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ୯୧.୬୭ ପ୍ରତିଶତ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫ ରହିଛି। ବର୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ହାର ୦.୪୯ ପ୍ରତିଶତ ରେ ରହିଛି। ଆଉ ୩୯୬ ଜଣ ସଂକ୍ରମିତ ଅର୍ଥାତ ମୋଟ ସଂକ୍ରମିଙ୍କ ୭.୮୪ ପ୍ରତିଶତ ରୋଗୀ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ସଂକ୍ରମିତଙ୍କ ମଧ୍ୟରୁ ଫୁଲବାଣୀ ପୌରାଞ୍ଚଳରେ ୬ ଜଣ ଓ ଗ୍ରାମାଞ୍ଚଳରେ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲିଗୁଡା ବିଜ୍ଞାପିତ ଅଞ୍ଚଳରେ ୨ ଜଣ ଓ ଗ୍ରାମାଞ୍ଚଳରେ ଜଣେ, ଘୁ.ଉଦୟଗିରିର ବିଜ୍ଞାପିତ ଅଞ୍ଚଳରେ ଜଣେ ଏବଂ ଗ୍ରାମାଞ୍ଚଳରେ ୩ ଚିହ୍ନଟ ହୋଇଥିବାବେଳେ କ.ନୁଆଗାଁର ୩ ଜଣ, ଚକାପାଦରେ ୩, ଦାରିଙ୍ଗବାଡିର ୬,ଖଜୁରିପଡାରେ ୨ ଜଣ, ଫିରିଙ୍ଗିଆ ୫, ରାଇକିଆ ୫, ଟିକାବାଲିର ୩, ତୁମୁଡିବନ୍ଧ ଅଂଚଳରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଅଂଚଳରୁ ୨ ଜଣ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୁତ୍ରରୁ ଜଣାପଡିଛି। କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories