www.samajalive.in
Saturday, December 13, 2025
27.1 C
Bhubaneswar

କନ୍ଧମାଳ: ୪୮ ନୂଆ ସଂକ୍ରମିତ ଚିହ୍ନଟ, ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୫,୪୮୯

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ଆଜି ୪୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୮୯ ରେ ପହଞ୍ଚିଛି। ଏହି ସମସ୍ତ ଆକ୍ରାନ୍ତମାନଙ୍କ ମଧ୍ୟରୁ ୫,୧୮୭ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮ରେ ରହିଛି। ଆଉ ୨୭୪ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳରେ ୩ ଜଣ ଏବଂ ଗ୍ରାମାଂଚଳରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ବାଲିଗୁଡା ବିଜ୍ଞାପିତ ଅଂଚଳରେ ଜଣେ ଏବଂ ଗ୍ରାମାଂଚଳରେ ୬ ଜଣ, ଚକାପାଦର ୮ ଜଣ, ଦାରିଙ୍ଗବାଡିର ୨ଜଣ, ଘୁ.ଉଦୟଗିରି ଅଂଚଳରେ ୧୦ଜଣ, କ.ନୁଆଗାଁର ୮ଜଣ, ରାଇକିଆର ୬ ଜଣ, ଫିରିଙ୍ଗିଆର ୨ ଜଣ, ଟିକାବାଲିର ଜଣେ ରହିଥିବା ନେଇ ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ମିଳିଛି। ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖି ଯାତାୟତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories